1
ରୋମୀୟ 6:23
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ।
Karşılaştır
ରୋମୀୟ 6:23 keşfedin
2
ରୋମୀୟ 6:14
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
ରୋମୀୟ 6:14 keşfedin
3
ରୋମୀୟ 6:4
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ଵାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ଵାରା ମୃତମାନଙ୍କ ମଧ୍ୟରୁ ଯେଉଁପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହିପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ
ରୋମୀୟ 6:4 keşfedin
4
ରୋମୀୟ 6:13
କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର।
ରୋମୀୟ 6:13 keşfedin
5
ରୋମୀୟ 6:6
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ଵରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ଵଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି
ରୋମୀୟ 6:6 keşfedin
6
ରୋମୀୟ 6:11
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
ରୋମୀୟ 6:11 keşfedin
7
ରୋମୀୟ 6:1-2
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? ତାହା କେବେହେଁ ନ ହେଉ। ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା?
ରୋମୀୟ 6:1-2 keşfedin
8
ରୋମୀୟ 6:16
ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
ରୋମୀୟ 6:16 keşfedin
9
ରୋମୀୟ 6:17-18
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, ପୁଣି ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
ରୋମୀୟ 6:17-18 keşfedin