1
ରୋମୀୟ 8:28
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ଯେଉଁମାନେ ଈଶ୍ଵରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ଵର ଯେସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Karşılaştır
ରୋମୀୟ 8:28 keşfedin
2
ରୋମୀୟ 8:38-39
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ, ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ପ୍ରକାଶିତ ଈଶ୍ଵରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।
ରୋମୀୟ 8:38-39 keşfedin
3
ରୋମୀୟ 8:26
ଆଉ, ସେହି ପ୍ରକାରେ ଆତ୍ମା ମଧ୍ୟ ଆମ୍ଭମାନଙ୍କ ଦୁର୍ବଳତାରେ ସାହାଯ୍ୟ କରନ୍ତି; କାରଣ କଅଣ ପ୍ରାର୍ଥନା କରିବା ଉଚିତ, ତାହା ଆମ୍ଭେମାନେ ଜାଣୁ ନାହୁଁ, କିନ୍ତୁ ଆତ୍ମା ସ୍ଵୟଂ ଅକଥନୀୟ ଆର୍ତ୍ତନାଦରେ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରନ୍ତି
ରୋମୀୟ 8:26 keşfedin
4
ରୋମୀୟ 8:31
ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ଵର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?
ରୋମୀୟ 8:31 keşfedin
5
ରୋମୀୟ 8:1
ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ।
ରୋମୀୟ 8:1 keşfedin
6
ରୋମୀୟ 8:6
କାରଣ ଶାରୀରିକ ଭାବ ମୃତ୍ୟୁଜନକ, କିନ୍ତୁଆତ୍ମିକ ଭାବ ଜୀବନ ଓ ଶାନ୍ତିଦାୟକ
ରୋମୀୟ 8:6 keşfedin
7
ରୋମୀୟ 8:37
ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।
ରୋମୀୟ 8:37 keşfedin
8
ରୋମୀୟ 8:18
କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
ରୋମୀୟ 8:18 keşfedin
9
ରୋମୀୟ 8:35
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ?
ରୋମୀୟ 8:35 keşfedin
10
ରୋମୀୟ 8:27
ପୁଣି, ଯେ ଆମ୍ଭମାନଙ୍କ ହୃଦୟ ଅନୁସନ୍ଧାନ କରନ୍ତି, ସେ ଆତ୍ମାଙ୍କ ଭାବ କଅଣ, ତାହା ଜାଣନ୍ତି, କାରଣ ସେ ଈଶ୍ଵରଙ୍କ ଇଚ୍ଛାନୁସାରେ ସାଧୁମାନଙ୍କ ନିମନ୍ତେ ନିବେଦନ କରନ୍ତି।
ରୋମୀୟ 8:27 keşfedin
11
ରୋମୀୟ 8:14
ଯେଣୁ ଯେତେ ଲୋକ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ଚାଳିତ ହୁଅନ୍ତି, ସେମାନେ ଈଶ୍ଵରଙ୍କ ସନ୍ତାନ।
ରୋମୀୟ 8:14 keşfedin
12
ରୋମୀୟ 8:5
କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।
ରୋମୀୟ 8:5 keşfedin
13
ରୋମୀୟ 8:32
ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ?
ରୋମୀୟ 8:32 keşfedin
14
ରୋମୀୟ 8:16-17
ଆମ୍ଭେମାନେ ଈଶ୍ଵରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ଵୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି, ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ।
ରୋମୀୟ 8:16-17 keşfedin
15
ରୋମୀୟ 8:7
ଯେଣୁ ଶାରୀରିକ ଭାବ ଈଶ୍ଵରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଈଶ୍ଵରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି ବଶୀଭୂତ ହେବା ଅସମ୍ଭବ
ରୋମୀୟ 8:7 keşfedin
16
ରୋମୀୟ 8:19
ଯେଣୁ ସୃଷ୍ଟିର ଏକା; ଆକାଂକ୍ଷା ଈଶ୍ଵରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।
ରୋମୀୟ 8:19 keşfedin
17
ରୋମୀୟ 8:22
କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।
ରୋମୀୟ 8:22 keşfedin