ପ୍ରେରିତ 18
18
କରିନ୍ଥରେ ପାଉଲଙ୍କ କାର୍ଯ୍ୟ
1ଏହିସମସ୍ତ ଘଟଣା ପରେ ସେ ଆଥୀନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ।
2ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,
3ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ।
4ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କଲେ।
5ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତା; ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୁଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
6କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ ; ଏଣିକି ମୁଁ ବିଜାତିମାନଙ୍କ ନିକଟକୁ ଯିବି।
7ସେଥିରେ ସେ ସେସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ଵରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।
8କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ସପରିବାରରେ ପ୍ରଭୁଙ୍କଠାରେ ବିଶ୍ଵାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକେ ଶୁଣି ବିଶ୍ଵାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ।
9ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ଵାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ, କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ,
10କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।”
11ପୁଣି, ସେ ସେମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ ବର୍ଷ ସେଠାରେ ବାସ କଲେ।
12କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୁଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇଉଠି ତାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,
13ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି।
14କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା ତେବେ, ହେ ଯିହୁଦୀମାନେ, ଧୀର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତି ସଙ୍ଗତ ହୋଇଥାଆନ୍ତା;
15ମାତ୍ର ଯଦି ଏହିସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହିସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ।
16ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।
17ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହିସମସ୍ତ ବିଷୟରେ ଭ୍ରୂକ୍ଷେପ କଲେ ନାହିଁ।
ଆନ୍ତିୟଖିଆକୁ ପାଉଲଙ୍କ ପ୍ରତ୍ୟାବର୍ତ୍ତନ
18ଏହା ଉତ୍ତାରେ ପାଉଲ ଆହୁରି ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସୁରିଆକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ବ୍ରତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ତନ କରାଇଲେ।
19ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।
20ପୁଣି, ସେମାନେ ତାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ, ସେ ସମ୍ମତ ହେଲେ ନାହିଁ,
21ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।
22କାଇସରୀଆରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ତଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ।
23ସେ ସ୍ଥାନରେ କେତେକ ସମୟ ଯାପନ କଲା ଉତ୍ତାରେ ସେ ପ୍ରସ୍ଥାନ କଲେ, ପୁଣି କ୍ରମାନ୍ଵୟେ ଗାଲାତୀୟ ଅଞ୍ଚଳ ଓ ଫ୍ରୁଗିଆ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ।
ଏଫିସ ଓ କରିନ୍ଥରେ ଆପଲ୍ଲ
24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାଙ୍କର ଜନ୍ମସ୍ଥାନ ଆଲେକ୍ଜାଣ୍ତ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ।
25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷାପ୍ରାପ୍ତ ହୋଇଥିଲେ, ପୁଣି ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମ ରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;
26ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ଵିଲା ତାଙ୍କ କଥା ଶୁଣି ତାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ଵରଙ୍କ ମାର୍ଗ ବିଷୟ ତାଙ୍କୁ ବୁଝାଇଦେଲେ।
27ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାଙ୍କୁ ଉତ୍ସାହ ଦେଇ ତାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ଵାସ କରିଥିଲେ, ଈଶ୍ଵରଙ୍କ ଅନୁଗ୍ରହ ଦ୍ଵାରା ସେମାନଙ୍କର ବହୁତ ଉପକାର କଲେ,
28କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ଵାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ତନ କରିବାକୁ ଲାଗିଲେ।
Seçili Olanlar:
ପ୍ରେରିତ 18: ODIAOV-BSI
Vurgu
Kopyala
Karşılaştır
Paylaş
Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.