ପ୍ରେରିତ 6

6
ସେବାକାର୍ଯ୍ୟାର୍ଥେ ସାତ ଜଣ ମନୋନୀତ
1ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା।
2ସେଥିରେ ଦ୍ଵାଦଶ, ଶିଷ୍ୟସମୂହକୁ ନିକଟକୁ ଡାକି କହିଲେ, ଈଶ୍ଵରଙ୍କର ବାକ୍ୟ ପ୍ରଚାର ପରିତ୍ୟାଗ କରି ପରିବେଷଣରେ ଆମ୍ଭମାନଙ୍କର ବ୍ୟସ୍ତ ରହିବା ଉପଯୁକ୍ତ ନୁହେଁ।
3ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ, ଏପରି ସୁଖ୍ୟାତିସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣ-ମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;
4କିନ୍ତୁ ଆମ୍ଭେମାନେ ପ୍ରାର୍ଥନାରେ ଓ ବାକ୍ୟ ପରିଚର୍ଯ୍ୟାରେ ଏକାଗ୍ରଭାବେ ଲାଗିରହିବା।
5ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,
6ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହସ୍ତାର୍ପଣ କଲେ।
7ଏଥିଉତ୍ତାରେ ଈଶ୍ଵରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ଵାସମାର୍ଗ ଅବଲମ୍ଵନ କରିବାକୁ ଲାଗିଲେ।
ମହାସଭାରେ ସ୍ତିଫାନ
8ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ।
9କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକ୍ଜାଣ୍ତ୍ରୀୟ-ମାନଙ୍କ ନାମରେ ଖ୍ୟାତ ସମାଜଗୃହର କେତେକ ଜଣ, ପୁଣି କିଲିକିଆ ଓ ଆସିଆ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
10ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ।
11ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ଵରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
12ଆଉ, ସେମାନେ ଲୋକସାଧାରଣଙ୍କୁ, ପୁଣି ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,
13ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ, ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ବ୍ୟବସ୍ଥା ବିରୁଦ୍ଧରେ କଥା କହିବାରୁ କ୍ଷା; ହେଉ ନାହିଁ,
14କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ଵଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ।
15ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ।

Vurgu

Kopyala

Karşılaştır

Paylaş

None

Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın

ପ୍ରେରିତ 6 için video