ଆଦି ପୁସ୍ତକ 9

9
ନୋହଙ୍କ ସହିତ ପରମେଶ୍ଵରଙ୍କ ଚୁକ୍ତି
1ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର।
2ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
3ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
4ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ।
5ପୁଣି ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତା; ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
6ଯେ କେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ଵାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
7ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।
8ଅନନ୍ତର ପରମେଶ୍ଵର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
9ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
10ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
11ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ଵାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।
12ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
16ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।
17ପରମେଶ୍ଵର ନୋହଙ୍କୁ କହିଲେ, ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।
ନୋହ ଓ ତାଙ୍କ ପୁତ୍ରମାନେ
18ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା।
19ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
20ଏଉତ୍ତାରୁ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
21ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ଵୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
22ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
23ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
24ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠପୁତ୍ରର ଆଚରଣ ଜ୍ଞାତ ହେଲେ।
25ପୁଣି ସେ କହିଲେ, କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।
26ଆଉ ସେ କହିଲେ, ଶେମର ପରମେଶ୍ଵର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27ପରମେଶ୍ଵର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି ସେ ଶେମର ତମ୍ଵୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।
28ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ।
29ପୁଣି ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।

Vurgu

Kopyala

Karşılaştır

Paylaş

None

Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın