ରୋମୀୟ 5
5
ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କ ସହ ଶାନ୍ତି
1ଅତଏବ, ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ସହିତ ଶାନ୍ତିରେ ଅଛୁନ୍ତ
2ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ଵାରା ବିଶ୍ଵାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।
3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର,
4ପୁଣି, ସତ୍ଚରିତ୍ରରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ।
5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ଵାରା ଆମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ପ୍ରେମ ପରିବ୍ୟାପ୍ତ ହୋଇଅଛି।
6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ।
7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ - ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ-
8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ଵାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ କ୍ରୋଧରୁ ରକ୍ଷା ପାଇବା।
10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ଵରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ଵାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ଵାରା ପରିତ୍ରାଣ ପାଇବା।
11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।
ଆଦମଙ୍କ ଦ୍ଵାରା ମୃତ୍ୟୁ, ଖ୍ରୀଷ୍ଟଙ୍କ ଦ୍ଵାରା ଜୀବନ
12ଅତଏବ, ଯେପରି ଜଣେ ଲୋକ ଦ୍ଵାରା ପାପ ଓ ପାପ ଦ୍ଵାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହିପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ, - ପ୍ର.କରି. ୧୫:୨୧ ଆଦି. ୨:୧୭ ଅରୋମୀ. ୩:୨୩
13କାରଣ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
14ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ଵ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ।
15କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ଵାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ଵରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
16ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ତାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
17ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ଵାରା ମୃତ୍ୟୁ ରାଜତ୍ଵ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ଵ କରିବେ।
18ଅତଏବ, ଜଣକର ଅପରାଧର ଫଳ ସ୍ଵରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ତାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ଵରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।
19କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ଵାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ଵାରା ଅନେକେ ଧାର୍ମିକ ହେବେ।
20ଏହାଛଡ଼ା ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
21ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ।
Seçili Olanlar:
ରୋମୀୟ 5: ODIAOV-BSI
Vurgu
Kopyala
Karşılaştır
Paylaş
Önemli anlarınızın tüm cihazlarınıza kaydedilmesini mi istiyorsunuz? Kayıt olun ya da giriş yapın
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.