1
ମାଥିଉ 1:21
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
So sánh
Khám phá ମାଥିଉ 1:21
2
ମାଥିଉ 1:23
“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।”
Khám phá ମାଥିଉ 1:23
3
ମାଥିଉ 1:20
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।
Khám phá ମାଥିଉ 1:20
4
ମାଥିଉ 1:18-19
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
Khám phá ମାଥିଉ 1:18-19