1
ମାଥିଉ 16:24
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
So sánh
Khám phá ମାଥିଉ 16:24
2
ମାଥିଉ 16:18
ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।
Khám phá ମାଥିଉ 16:18
3
ମାଥିଉ 16:19
ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”
Khám phá ମାଥିଉ 16:19
4
ମାଥିଉ 16:25
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ପାଇବ।
Khám phá ମାଥିଉ 16:25
5
ମାଥିଉ 16:26
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେବ?
Khám phá ମାଥିଉ 16:26
6
ମାଥିଉ 16:15-16
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।
Khám phá ମାଥିଉ 16:15-16
7
ମାଥିଉ 16:17
ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।
Khám phá ମାଥିଉ 16:17