1
ମାଥିଉ 18:20
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
So sánh
Khám phá ମାଥିଉ 18:20
2
ମାଥିଉ 18:19
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
Khám phá ମାଥିଉ 18:19
3
ମାଥିଉ 18:2-3
ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Khám phá ମାଥିଉ 18:2-3
4
ମାଥିଉ 18:4
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
Khám phá ମାଥିଉ 18:4
5
ମାଥିଉ 18:5
ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ
Khám phá ମାଥିଉ 18:5
6
ମାଥିଉ 18:18
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ।
Khám phá ମାଥିଉ 18:18
7
ମାଥିଉ 18:35
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”
Khám phá ମାଥିଉ 18:35
8
ମାଥିଉ 18:6
କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Khám phá ମାଥିଉ 18:6
9
ମାଥିଉ 18:12
ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?
Khám phá ମାଥିଉ 18:12