1
ମାଥିଉ 19:26
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
So sánh
Khám phá ମାଥିଉ 19:26
2
ମାଥିଉ 19:6
“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।”
Khám phá ମାଥିଉ 19:6
3
ମାଥିଉ 19:4-5
ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,” ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?”
Khám phá ମାଥିଉ 19:4-5
4
ମାଥିଉ 19:14
କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”
Khám phá ମାଥିଉ 19:14
5
ମାଥିଉ 19:30
କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
Khám phá ମାଥିଉ 19:30
6
ମାଥିଉ 19:29
“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Khám phá ମାଥିଉ 19:29
7
ମାଥିଉ 19:21
ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
Khám phá ମାଥିଉ 19:21
8
ମାଥିଉ 19:17
ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
Khám phá ମାଥିଉ 19:17
9
ମାଥିଉ 19:24
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
Khám phá ମାଥିଉ 19:24
10
ମାଥିଉ 19:9
“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।”
Khám phá ମାଥିଉ 19:9
11
ମାଥିଉ 19:23
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
Khám phá ମାଥିଉ 19:23